Breaking PLUSଓଡ଼ିଶାମୁଖ୍ୟ ଖବର
ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ରାଜସ୍ୱମନ୍ତ୍ରୀଙ୍କ ନିର୍ଦ୍ଦେଶ
ମାଡିଆସୁଛି ସମ୍ଭାବ୍ୟ ବାତ୍ୟା । ତା ପୂର୍ବରୁ ପୁରା ସଜାଗ ସରକାର ।

ଏହି ପ୍ରରିପେକ୍ଷୀରେ ରାଜ୍ୟର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଖାସ୍ କରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କୁହାଯାଇଛି । ସେହିପରି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜସ୍ବମନ୍ତ୍ରୀଙ୍କ କହିଛନ୍ତି ଯେ, ବାତ୍ୟା ପାଇଁ ସରକାର ସବୁବେଳେ ପ୍ରସ୍ତୁତ। ପ୍ରାକୃତିକ ବିପର୍ଯ୍ୟୟକୁ ସଫଳତାର ସହ ମୁକାବିଲା କରୁଛି ଓଡିଶା। ସବୁ ପ୍ରାକୃତିକ ବିପାର୍ୟୟକୁ ରାଜ୍ୟ ସରକାର ଗୁରୁତର ସହ ନେଇଛନ୍ତି। ଏବେ ବାତ୍ୟାକୁ ନେଇ ସ୍ପଷ୍ଟ ଚିତ୍ର ନାହିଁ।
ତାହା ସତ୍ବେ ବି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ତୃଣମୂଳ ସ୍ତରରେ ପ୍ରସ୍ତୁତି କରାଯାଇଛି। ତୃଣମୂଳ ସ୍ତରରେ ଯାହା ପ୍ରସ୍ତୁତ ହେବା କଥା ହୋଇଛି। ପାଣିପାଗ ବିଭାଗ ସମ୍ପୁର୍ଣ୍ଣ ବାତ୍ୟାର ଦିଗ ସହ ଲ୍ୟାଣ୍ଡଫଲ ସମୟ , ବର୍ଷା, ପବନର ପ୍ରଭାବ ଉପରେ ସଠିକ ତଥ୍ୟ ଦେବ ତାପରେ ପ୍ରସ୍ତୁତକୁ ଆହୁରି ଜୋରଦାର କରାଯିବ।