
ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ୱିଟ୍ ଯୋଗେଁ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ରୁ ୬ଜଣ ରହିଛନ୍ତି ।
ବର୍ତ୍ତମାନସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୧୯୧୮କୁ ବୃଦ୍ଧି ପାଇଛି ।