
ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ, ଖୋର୍ଦ୍ଧାରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, କଟକରୁ ୧୦ ଜଣ, କଳାହାଣ୍ଡି, ନୂଆପଡ଼ାରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, ବରଗଡ଼, ବଲାଙ୍ଗୀର, ଯାଜପୁର,ଝାରସୁଗୁଡ଼ା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୧୪କୁ ବୃଦ୍ଧି ପାଇଛି ।