
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୨ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼, ବଲାଙ୍ଗୀର, ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, ଜଗତସିଂହପୁର, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ, କଟକ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୭୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।