Breaking PLUSଓଡ଼ିଶାମୁଖ୍ୟ ଖବର

ନବୀନ ନିବାସରେ ‘ଦମନ’ ଟିମ୍

ଅଧିକ ସାମାଜିକ ସଚେତନତା ଧର୍ମୀ ଚଳଚିତ୍ର ନିର୍ମାଣ ଉପରେ  ନବୀନ  ପଟ୍ଟନାୟକଙ୍କ ଗୁରୁତ୍ୱ.

ଭୁବନେଶ୍ୱର-  ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଗତକାଲି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ । ଦମନ  ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ରଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ।  ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ଦମନ ଚଳଚିତ୍ରର ମୁଖ୍ୟ କଳାକାର ଶ୍ରୀ ବାବୁ ସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।

Show More

Related Articles

Back to top button