Breaking PLUSଓଡ଼ିଶାମୁଖ୍ୟ ଖବର

ଦଶପଲ୍ଲା ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ଭୁବନେଶ୍ୱର- ଦଶପଲ୍ଲା ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା  । CMRF ପାଣ୍ଠିରୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ।୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

ନୟାଗଡ଼ ଜିଲ୍ଲା ଦଶପଲ୍ଲା ତହସିଲ ଅନ୍ତର୍ଗତ କୁଟିବାରି ଘାଟି ନିକଟରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ସୁପ୍ରଭା ସାହୁ (ସ୍ବାମୀ – ନାରାୟଣ ସାହୁ),  ସୁମତି ସାହୁ (ପିତା -ନାରାୟଣ ସାହୁ), ପ୍ରବୀଣ କୁମାର ସାହୁ, ଏଲ. ହରି ପାତ୍ର, ଏଲ. ଲକ୍ଷ୍ମୀ ପାତ୍ରଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button