Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର, ୨୫ ମଇ- ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ ସାମନ୍ତରାୟ ।ରାଜ୍ୟସଭା ଅଧ୍ୟକ୍ଷ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପରେ ସାଂସଦ ପଦ ଛାଡ଼ିଛନ୍ତି ଦେବାଶିଷ ।

ଆଜି ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ।

ଇସ୍ତଫା ପତ୍ର ରେ ଦେବାଶିଷ ଲେଖିଥିଲେ ଯେ ‘ମୁଁ ସର୍ବଦା ଦଳର ସ୍ୱାର୍ଥ ପାଇଁ ନିଜକୁ ଉତ୍ସର୍ଗ କରିଆସିଛି ଏବଂ ବର୍ଷ ବର୍ଷ ଧରି ଅତ୍ୟନ୍ତ ଦୃଢ଼ ବିଶ୍ୱାସ ଏବଂ ପ୍ରତିବଦ୍ଧତାର ସହିତ ଦଳ ପାଇଁ କାମ କରିଆସିଛି। ତଥାପି, ମୁଁ ଅନୁଭବ କରୁଛି ଯେ, ବର୍ତ୍ତମାନ ମୋତେ ଦଳରେ କ୍ରମାଗତ ଭାବେ କୋଣଠେସା କରିଦିଆଯାଉଛି। ଏଥି ସହିତ ଦଳ ମୋ ସେବା ଆବଶ୍ୟକ କରୁନି ବୋଲି ଅନୁଭବ କଲି। ତେଣୁ, ଲୋକଙ୍କ ସ୍ୱାର୍ଥ ଦୃଷ୍ଟିରୁ ଏହି କଠିନ ନିଷ୍ପତ୍ତି ନେଇଛି।

Show More

Related Articles

Back to top button