Breaking PLUSଓଡ଼ିଶାବ୍ୟକ୍ତିତ୍ୱମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

ପାଟଣାର ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ଦେହାନ୍ତ

କେନ୍ଦୁଝର: ପାଟଣାର ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ପରଲୋକ ହୋଇଛି। ଗୁରୁବାର ରାତି ପ୍ରାୟ ୮ଟାରେ କେନ୍ଦୁଝରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସେ ଦୀର୍ଘ କିଛି ମାସ ଧରି ଅସୁସ୍ଥ ଥିଲେ।

କାହ୍ନୁ ଚରଣ ନାଏକ ୧୯୯୦ ମସିହାରେ ପାଟଣା ନିର୍ବାଚନମଣ୍ଡଳୀରୁ ପ୍ରଥମ ଥର ପାଇଁ ବିଧାୟକ ନିର୍ବାଚିତ ହୋଇଥିଲେ। ୧୯୯୫ ପର୍ଯ୍ୟନ୍ତ ସେ ଏହି ପଦରେ ରହିଥିଲେ। ଏହାସହ ୧୯୯୨ରୁ ୧୯୯୪ ପର୍ଯ୍ୟନ୍ତ ଜନତା ଦଳର କେନ୍ଦୁଝର ଜିଲ୍ଲା ସଭାପତି ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ।

ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

Show More

Related Articles

Back to top button