Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

କେନ୍ଦୁଝରଗଡ : ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର। ଜମିଜମା ମାମଲାରେ କେନ୍ଦୁଝର ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବୁଧବାର ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି । ସେ ଲାଞ୍ଚ ଟଙ୍କା ନେଉଥିବା ବେଳେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍‌ ତାଙ୍କୁ ପଚରାଉଚରା କରୁଛି। ତାଙ୍କର କାର୍ଯ୍ୟାଳୟ ସମେତ ଅନ୍ୟାନ୍ୟ ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢାଉ ଜାରି ରଖିଛି।
ସୂଚନା ଅନୁଯାୟୀ, ଚିତ୍ରସେନ ବ୍ରହ୍ମଙ୍କ ଠାରୁ ୫୦ ହଜାର ଟଙ୍କା ଲଞ୍ଚ ନେବାବେଳେ ଶରତ ଗିରି ଧରାପଡିଛନ୍ତି । ୨୦ ନମ୍ବର ଜାତୀୟ ରାଜପଥର ବନାଯୋଡି ଦେଇ ଯାଇଥିବା ୬ ଥାକିଆ ରାସ୍ତା (୬ ଲେନ ରାସ୍ତା) ପାଇଁ ଚିତ୍ରସେନ ବ୍ରହ୍ମଙ୍କର ଦେଢ଼ ଏକର ଜମି ପାଇଁ ସେ ୬ ଲକ୍ଷ ୯୬ ହଜାର ଟଙ୍କା କ୍ଷତିପୂରଣ ପାଇବାର ଥିଲା। ହେଲେ ଏହି ଟଙ୍କା ଦେବାକୁ ଶରତ ଗିରି ୧୦ ପ୍ରତିଶତ ହିସାବରେ ୭୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

Show More

Related Articles

Back to top button