ଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ଧାମନଗର ଉପନିର୍ବାଚନ: ଚତୁର୍ଥ ରାଉଣ୍ଡ ଗଣତି ଶେଷ, ବିଜେଡିକୁ ପଛରେ ପକେଇ ଆଗରେ ରହିଛି ବିଜେପି

ଭଦ୍ରକ : ଧାମନଗର ଉପନିର୍ବାଚନରେ ଆଜି ଭୋଟ୍ ଗଣତି ଚାଲିଛି। ମୋଟ ୧୮ଟି ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ୪ ରାଉଣ୍ଡ ଗଣତି ଶେଷ ହୋଇଛି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ତାଙ୍କର ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୩୨୬୧ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ୧୮,୧୮୧ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡିର ଅବନ୍ତୀ ଦାସ ୧୪,୯୨୦ ଖଣ୍ଡ ଭୋଟ୍ ପାଇଛନ୍ତି।ବିଜେଡିରୁ ଟିକେଟ୍ ନମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ହୋଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ୨୩୬୨ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୫୫୭ ଖଣ୍ଡ ଭୋଟ୍ ପାଇଛନ୍ତି। ପ୍ରଥମ ରାଉଣ୍ଡରୁ ସୂରଜ ସୂର୍ଯ୍ୟବଂଶୀ ଆଗରେ ରହିଛନ୍ତି। ପ୍ରଥମ ରାଉଣ୍ଡରେ ୭୭୯, ଦ୍ୱିତୀୟ ରାଉଣ୍ଡରେ ୧୩୭୯ ଓ ତୃତୀୟ ରାଉଣ୍ଡରେ ୨୦୩୩ ଖଣ୍ଡ ଭୋଟ୍‌ରେ ଆଗରେ ରହିଥିଲେ ସୂର୍ଯ୍ୟବଂଶୀ।

Show More

Related Articles

Back to top button