Breaking PLUSଓଡ଼ିଶାମୁଖ୍ୟ ଖବର
ଭଦ୍ରକରେ 22ଟି ପ୍ରକଳ୍ପର ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସକାଳ ୯ ଟାରେ ଧାମନଗର ବଜାରରୁ ମୋଟର ସାଇକେଲ ପଟୁଆରରେ ଆସି ଐତିହାସିକ ପୀଠ ତଥା ପର୍ଯ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚିଥିଲେ। ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ନିକଟସ୍ଥ ମଠ ପରିଦର୍ଶନ କରିଥିଲେ। ଏହାପରେ ଦେଶର ପ୍ରଥମ ଗୃହମନ୍ତ୍ରୀ ତଥା ମହାନ ସ୍ବାଧୀନତା ସଂଗ୍ରାମୀ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ଏକତା ପଦଯାତ୍ରାରେ ସାମିଲ ହୋଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥାନୀୟ ବିଧାୟକ ତଥା ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲା ସଭାପତି ଭଗବାନ ପଣ୍ଡା ଗୋହିରାଟିକିରି ଠାରୁ ଦୋବଲ କାଳୀ ବଜାର ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ।



