Breaking PLUSଓଡ଼ିଶାମୁଖ୍ୟ ଖବର

ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ, ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚିତ

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ସମାରୋହ ଗୁରୁବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। କଟକ ସାଂସଦ ତଥା ଡ. ହରେକୃଷ୍ଣ ମହତାବଙ୍କ ପୁତ୍ର ଭର୍ତ୍ତୃହରି ମହତାବ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅବସରରେ ଡକ୍ଟର ହରେକୃଷ୍ଣ ମହତାବଙ୍କ ସମ୍ମାନାର୍ଥେ ଏକ ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରାଯାଇଛି। ଏଥିସହ ଓଡ଼ିଆରେ ମୋନୋଗ୍ରାଫ୍, ଗାଁ ମଜଲିସର ଇଂରାଜୀ ଅନୁବାଦ ଏବଂ ଗାଁ ମଜଲିସର ହିନ୍ଦୀ ଅନୁବାଦ ମଧ୍ୟ ଉନ୍ମୋଚନ କରାଯାଇଛି।

Show More

Related Articles

Back to top button