
ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ସାଇବର ଅପରାଧ । ଯାହା ପୁଲିସ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ସାଇବର ଅପରାଧକୁ ନିୟନ୍ତ୍ରଣ କରିବା ଓ ଏହାର ଶିକାର ହେଉଥିବା ଲୋକଙ୍କୁ ଉପଯୁକ୍ତ ନ୍ୟାୟ ଦେବା ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୧ଟି ସ୍ବତନ୍ତ୍ର ସାଇବର ଥାନା ଖୋଲାଯିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
କଟକ, ଭୁବବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଭଂଜ, ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳରେ ଏହି ଥାନା ଗୁଡିକ ପ୍ରତିଷ୍ଠା କରାଯିବ ।
ଏନେଇ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି । ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ଏଏସ୍ଆଇ, ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ରହିଛି । ଏହା ବ୍ୟତୀତ ଫାଇନାନ୍ସ ଓ ଆକାଉଣ୍ଟ ଆନାଲିଷ୍ଟ, ଆଇଟି ଏକ୍ସର୍ପଟ ଓ ସାଇବର ଫୋରେନସିକ ଏକ୍ସର୍ପଟ ପରି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନାରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି ।