Breaking PLUSଦେଶମୁଖ୍ୟ ଖବର

ପେଟ୍ରୋଲ ଓ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ୨ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ : କେନ୍ଦ୍ର ସରକାର ସୋମବାର ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳକ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ଉଭୟ ପେଟ୍ରୋଲ ଏବଂ ଡିଜେଲ ଉପରେ ୨ ଟଙ୍କା ଲେଖାଏଁ ଉତ୍ପାଦ ଶୁଳକ ବୃଦ୍ଧି କରାଯାଇଛି । ରାତି ୧୨ଟାରୁ ନୂତନ ଦର ଲାଗୁ ହେବ। ତେବେ ଏହି  ଉତ୍ପାଦ ଶୁଳକ ବୃଦ୍ଧିର ପ୍ରଭାବ ସାଧରଣ ଗ୍ରାହକଙ୍କ ଉପରେ ପଡ଼ିବ ନାହିଁ । ଅର୍ଥାତ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ହେବ ନାହିଁ ।

ସୋମବାର (୭ ଏପ୍ରିଲ୍, ୨୦୨୫) ସରକାରଙ୍କ ଦ୍ୱାରା ଜାରି ଏକ ଆଦେଶରେ କୁହାଯାଇଛି ଯେ ପେଟ୍ରୋଲ ଉପରେ ଉତ୍ପାଦ ଶୁଳ୍କ ପ୍ରତି ଲିଟର ୧୩ ଟଙ୍କା ଏବଂ ଡିଜେଲ ଉପରେ ୧୦ ଟଙ୍କାକୁ ବୃଦ୍ଧି କରାଯାଇଛି। ପେଟ୍ରୋଲିୟମ୍ ମନ୍ତ୍ରୀ ହରଦୀପ ପୁରୀ କହିଛନ୍ତି, “ମୁଁ ସ୍ପଷ୍ଟ କରିବାକୁ ଚାହୁଁଛି ଯେ ଉତ୍ପାଦ ଶୁଳ୍କ ବୃଦ୍ଧି ସାଧାରଣ ଲୋକଙ୍କ ଉପରେ ପ୍ରଭାବ ପକାଇବ ନାହିଁ।”

Show More

Related Articles

Leave a Reply

Your email address will not be published. Required fields are marked *

Back to top button