Breaking PLUSଓଡ଼ିଶାମୁଖ୍ୟ ଖବର

ଚିକିଟି ମଦମୃତ୍ୟୁକୁ ନେଇ ଗୃହରେ ଅବକାରୀ ମନ୍ତ୍ରୀଙ୍କ ଉତ୍ତର

ଭୁବନେଶ୍ୱର- ଚିକିଟି ମଦ ମୃତ୍ୟୁ ମାମଲାରେ ଗୃହରେ ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗଞ୍ଜାମ ଜିଲ୍ଲାରେ ୫୦୦ ଲିଟର ପୋଚ ନଷ୍ଟ  କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୬ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଦୁଇ ଜଣଙ୍କୁ ଅଟକ ରଖାଯାଇଛି। ୩ ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ମଦ ସାମ୍ପଲ ଓ ମୃତକଙ୍କ ଭିସେରା ଫୋରେନସିକ୍ ଲ୍ୟାବକୁ ପଠାଯାଇଛି।  ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଆଜି ବିଧାନସଭା ଅଧିବେଶନର ଚତୁର୍ଥ ଦିନରେ ମଧ୍ୟ ଗୃହ ଆରମ୍ଭରୁ  ଚିକିଟି ମଦ ମୃତ୍ୟୁକୁ ନେଇ ବିଧାନସଭା ହୁଲସ୍ତୁଲ ହୋଇଥିଲା। ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ  ।

Show More

Related Articles

Back to top button