ଓଡ଼ିଶା
ଗଞ୍ଜାମ ପିତାତଳି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା,ଜଣେ ମୃତ ଜଣେ ଗୁରୁତର

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା। ଏଭଳି ମର୍ମନ୍ତୁଦ ଦୂର୍ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଠାରୁ ପିତାତଳି ଯିବା ରାସ୍ତାରେ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉଜଣେ ଗୁରୁତର ଆହତ ହୋଇଛନ୍ତି ।
ମିଳିଥିବା ସୂଚନାନୁଯାୟୀ, ଆଜି ପୂର୍ବାହ୍ନରେ ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଠାରୁ ପିତାତଳି ଯିବା ରାସ୍ତାରେ ବିପରୀତ ଦିଗରୁ ଆସୁଥିବା ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲେ।ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିଲେ। ଗୋଳନ୍ଥରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଦୁହିଁଙ୍କୁ ସ୍ଥାନୀୟ ଲୋକେ ଚିକିଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ତାନାନ୍ତର କରାଯାଇଛି।