ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ଜଓ୍ୱାଦ । ତଥାପି ଆସନ୍ତାକାଲି ମଧ୍ୟାହ୍ନରେ ପୁରୀରେ ଲ୍ୟାଣ୍ଡଫଲ କରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଏହାର ପ୍ରଭାବରେ କଟକ, ଭୁବନେଶ୍ବରକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଘ ବିଭାଗ ।
ଖାସ କରି ଆଜି ଓ କାଲି ଟ୍ୱିନସିଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାର ମଧ୍ୟ ସମ୍ଭାବନା ରହିଛି ।