Breaking PLUSଅପରାଧଆଇନ କାନୁନଓଡ଼ିଶାମୁଖ୍ୟ ଖବରରାଜନୀତି

ଭତ୍ତା ଟଙ୍କା ହଡ଼ପ ଅଭିଯୋଗରେ ପୂର୍ବତନ ପିଇଓ ଗିରଫ

କୋରାପୁଟ: ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ୍‌ ଅଭିଯୋଗରେ କୋରାପୁଟ ଜିଲ୍ଲାର ଜଣେ ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଅଭିଯୁକ୍ତ ହେଉଛନ୍ତି ନନ୍ଦପୁର ବ୍ଲକ୍‌ ଖୁର୍ଜି ଗ୍ରାମ ପଞ୍ଚାୟତର ପୂର୍ବତନ ପିଇଓ ଆଦିତ୍ୟ ଚୋପାଡ଼ି।

ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀଙ୍କ ପାଇଁ ଉଦ୍ଦିଷ୍ଟ ୮ ଲକ୍ଷ ୯୭ ହଜାର ୫୮୦ ଟଙ୍କା ହେରଫେର କରିଥିବା ତାଙ୍କ ବିରୋଧରେ ଅଭିଯୋଗ ହୋଇଛି।

ଏହି ଘଟଣାରେ ଭିଜିଲାନ୍ସ ଦୁର୍ନୀତି ନିବାରଣ ଆଇନ ସମେତ ଭାରତୀୟ ଦଣ୍ଡବିଧି ଆଇନର ବିଭିନ୍ନ ଧାରାରେ ମାମଲା ରୁଜୁ କରିଛି। ଶନିବାର ତାଙ୍କୁ ଗିରଫ କରାଯିବା ପରେ କୋର୍ଟ ଚାଲାଣ କରାଯାଇଛି।

Show More

Related Articles

Back to top button