ଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର । ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଶିମିଳିପାଳ ଜାତୀୟ ଉଦ୍ୟାନ ଦୀର୍ଘ ଦିନ ଧରି ବନ୍ଦ ରହିଥିଲା। ତେବେ ପର୍ଯ୍ୟଟନ ଋତୁ ଆରମ୍ଭ ହେବା ପରେ ଆଜିଠୁ ପ୍ରକୃତି ପ୍ରେମୀ ପର୍ଯ୍ୟଟକ ଶିମିଳିପାଳକୁ ଯାଇପାରୁଛନ୍ତି । ଶିମିଳିପାଳ ଜାତୀୟ ଅଭୟାରଣ୍ୟର ସୌନ୍ଦର୍ଯ୍ୟକୁ ଉପଭୋଗ ପାଇଁ ଆଜି ସକାଳୁ ରାଜ୍ୟ ତଥା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ ଓ ଝାରଖଣ୍ଡରୁ ପର୍ଯ୍ୟଟକଙ୍କ ଭିଡ଼ ଲାଗିଛି ରହିଛି । ପ୍ରଥମ ଦିନରେ ପୀଠବଟା ଗେଟ ବନବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କୁ ଗୋଲାପ ଫୁଲ ଦେଇ ସ୍ୱାଗତ କରାଯାଇଛି । ସକାଳ ୬ଟାରୁ ୯ଟା ଭିତରେ ପ୍ରବେଶ ଅନୁମତି ରହିଛି । ବନ୍ୟଜନ୍ତୁ, ଉଚ୍ଚ ପର୍ବତ, ଘଞ୍ଚ ଜଙ୍ଗଲ, ବିଭିନ୍ନ ଜଳପ୍ରପାତ ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟର ମଜା ନେଇପାରିବେ ପର୍ଯ୍ୟଟକ। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟ ସଂରକ୍ଷକ ଟି. ଅଶୋକ କୁମାର ଏହି ସୂଚନା ଦେଇଛନ୍ତି । ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ କରିବା ପାଇଁ ଦୁଇଟି ରାସ୍ତାଦେଇ ଯାଇପାରିବେ ପର୍ଯ୍ୟଟକ । ଯଶିପୁର ପଟୁ କାଲିକାପ୍ରସାଦ ଗେଟ ଦେଇ ପ୍ରତ୍ୟେକ ଦିନ ୩୫ ଟି ଏବଂ ବାରିପଦାର ପିଠାବଟା ଗେଟ ଦେଇ ୨୫ ଟି ପର୍ଯ୍ୟଟକଙ୍କ ଗାଡିକୁ ସକାଳ ୬ ଘଟିକା ଠାରୁ ୯ ଘଟିକା ପର୍ଯ୍ୟନ୍ତ ପ୍ରବେଶ ପାଇଁ ଅନୁମତି ପତ୍ର ମିଳିପାରିବ । ରାତ୍ରୀ ଯାପନ କରିବାକୁ ଚାହୁଁଥିବା ପର୍ଯ୍ୟଟକମାନେ OTDC କିମ୍ବା www.ecotourodisa.com ୱେବସାଇଟରେ ଅନଲାଇନରେ ଟିକେଟ ବୁକିଙ୍ଗ କରି ଏହି ସୁବିଧା ପାଇ ପାରିବେ । ଦେଶର ଅଷ୍ଟମ ଜୈବମଣ୍ଡଳ ଶିମିଳିପାଳର ଜୈବବିଭିଧତାକୁ ଉପଭୋଗ କରିବାକୁ ଶିମିଳିପାଳ ଅଭୟାରଣ୍ୟ ଭିତରେ 5 ଟି ଇକୋଟୁରିଜିମ କପ୍ଲେକ୍ସ ଯଥା ରାମତୀର୍ଥ, ଗୁଡୁଗୁଡିଅ।, କୁମାରୀ, ଜାମୁଅଣି ଏବଂ ବରେହିପାଣିରେ ରାତ୍ରୀ ରହଣୀର ବ୍ୟବସ୍ଥା ମଧ୍ୟ ରଖାଯାଇଛି । ଚଳିତ ବର୍ଷ ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳକୁ ଅଧିକ ଉପଭୋଗ୍ୟ କରିବାକୁ ସାଇକେଲ ରାଇଡିଂ ଏବଂ ପିଲାମାନଙ୍କ ପାଇଁ ଇନଡୋର ଗେମ ଇତ୍ୟାଦିର ବ୍ୟବସ୍ଥା ମଧ୍ୟ କରାଯାଇଛି ।

Show More

Related Articles

Back to top button