Breaking PLUSଓଡ଼ିଶାମୁଖ୍ୟ ଖବର
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷର ପ୍ରଣେତା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ଜୟନ୍ତୀ
ଭୁବନେଶ୍ୱର-ଆଜି ହେଉଛି ବିଶିଷ୍ଟ ଭାଷାବିତ୍ ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ଜୟନ୍ତୀ । ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷର ପ୍ରଣେତାଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି ଯେ, ଯଶସ୍ୱୀ ସାରସ୍ୱତ ସାଧକ ତଥା ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷର ରଚୟିତା ଗୋପାଳଚନ୍ଦ୍ର ପ୍ରହରାଜଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ତାଙ୍କ ରଚିତ ଓଡ଼ିଆ ପୂର୍ଣ୍ଣାଙ୍ଗ ଭାଷାକୋଷ ସାହିତ୍ୟ ଜଗତରେ ସର୍ବଦା ସ୍ଵତନ୍ତ୍ର ହୋଇ ରହିବ। ନିଜ କାଳଜୟୀ ରଚନା ଏବଂ ଅନନ୍ୟ ସାହିତ୍ୟ ସୃଷ୍ଟି ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସ୍ମୃତିଚାରଣ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଯେ,ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷର ପ୍ରଣେତା ତଥା ବିଶିଷ୍ଟ ଭାଷାବିତ ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।