Breaking PLUSଓଡ଼ିଶାମୁଖ୍ୟ ଖବର
ସ୍ୱାସ୍ଥ୍ୟ ନିର୍ଦ୍ଦେଶକ: ଏବେବି ରାଜ୍ୟରୁ ହଟିନି ମାକ୍ସ ପିନ୍ଧିବା କଟକଣା
ନିୟମ ମାନିଲେ ସ୍ଥିତି ନିୟନ୍ତ୍ରଣରେ ରହିବ

ମାକ୍ସ ପିନ୍ଧିବା କଟକଣା ରାଜ୍ୟରୁ ହଟି ନାହିଁ । ଏବେ ବି ମାସ୍କ ପିନ୍ଧିବା ପାଇଁ ସମସ୍ତଙ୍କୁ କୁହାଯାଇଛି । ଭିଡ଼ ସ୍ଥାନକୁ ଗଲେ ମାକ୍ସ ପିନ୍ଧନ୍ତୁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଆମ ରାଜ୍ୟର ସ୍ଥିତ ଭଲ ଅଛି । ଦୈନିକ ସଂକ୍ରମଣ ୧୦ ରୁ ୨୦ ମଧ୍ୟରେ ରହୁଛି। ତେଣୁ ସମସ୍ତେ କୋଭିଡ ନିୟମପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ।
ସବୁ ଜିଲ୍ଲାପାଳଙ୍କୁ କୁହାଯାଇଛି ଯେଉଁଠି ଦରକାର ନୂଆ ଷ୍ଟାଟେଜି କରାଯିବ । ଏହାସହ ସ୍ୱାସ୍ଥ୍ୟ ବିଭାଗ ସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛି। ଆଗକୁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ। WHO କହିଛି ଵର୍ତମାନ ଏହାର ସିଭିଅରୀଟି ନାହିଁ। ଏହାକୁ ଚତୁର୍ଥ ଲହର କହିହେବ ନାହିଁ।