Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ଵରରେ ପହଞ୍ଚିଛନ୍ତି କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା

ଭୁବନେଶ୍ଵର: ଭୁବନେଶ୍ଵରରେ ପହଞ୍ଚିଛନ୍ତି କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା। ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନା ଶୁଭାରମ୍ଭ କରିବା ପାଇଁ ଶୁକ୍ରବାର ସେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ନଡ୍ଡା ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବାପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉଭୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ଵାଗତ କରିଛନ୍ତି। ସୂଚନାଯୋଗ୍ୟ, ଆଉ କିଛି ସମୟ ପରେ କଟକ ବାଲିଯାତ୍ରା ପଡ଼ିଆରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ‘ଆୟୁଷ୍ମାନ ଭାରତ’ର ଶୁଭାରମ୍ଭ ହେବ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button