Breaking PLUSଓଡ଼ିଶାମୁଖ୍ୟ ଖବର
ମଣିଷକୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି- ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର- ମଣିଷକୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ବାର୍ଡ ଫ୍ଲୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ନେଗେଟିଭ ଆସିଛି । ସଂପୃକ୍ତ ବ୍ୟକ୍ତିଙ୍କୁ ଆଇସୋଲେସନରେ ରଖାଯାଇଛି । ସ୍ବାସ୍ଥ୍ୟ ବିଭାଗ ସଜାଗ ରହିଛି, ବ୍ୟାପକ ସଚେତନତା କରାଯାଉଛି । ବାର୍ଡ ଫ୍ଲୁକୁ ନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।