Breaking PLUSଓଡ଼ିଶାଦେଶପୂଜା ପାର୍ବଣମନୋରଞ୍ଜନମୁଖ୍ୟ ଖବରସ୍ୱତନ୍ତ୍ର

ପଣାସଂକ୍ରାନ୍ତି ଉପଲକ୍ଷେ ସମସ୍ତ ଓଡିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା

ଆଜିଠାରୁ ଆରମ୍ଭ ହେଉଛି ଓଡ଼ିଆ ପଞ୍ଜିକା ।

ଭୁବନେଶ୍ୱର: ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ନବବର୍ଷ । ଆଜିଠାରୁ ଆରମ୍ଭ ହେଉଛି ଓଡ଼ିଆ ପଞ୍ଜିକା । ବିଦାୟ ନେବ ବସନ୍ତ ଆଉ ଆରମ୍ଭ ହେବ ଗ୍ରୀଷ୍ମ । ଘରେ ଘରେ ପଣାର ଆସର ସହିତ ସବୁଠି ଉତ୍ସାହର ମାହୋଲ । ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀ ହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞା ମାଳ ଦିଆଯିବ । ବିମାନରେ ହନୁମାନ ବିଜେ ହୋଇ ପୂର୍ବ ଦ୍ୱାରରେ ଥିବା ହନୁମାନଙ୍କ ନିକଟକୁ ଯାଇ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହେବ । ପରେ ଜଗନ୍ନାଥ ବଲ୍ଲଭ ମଠ ଓ ଦରିଆ ମହାବୀରଙ୍କ ନିକଟରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ ।

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବାଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ ।

Show More

Related Articles

Back to top button