ଓଡ଼ିଶାପାଣିପାଗମୁଖ୍ୟ ଖବର

ଗ୍ରୀଷ୍ମ ଆରମ୍ଭରୁ ବଢ଼ିଲା ତାତି, ପ୍ରଥମ ଥର ୪୦ ଡିଗ୍ରୀ ଟପିଲା ପାରଦ

ଗ୍ରୀଷ୍ମ ଋତୁ ଆରମ୍ଭ ସହିତ ରାଜ୍ୟରେ ତାତି ଅସହ୍ୟ ହେବାକୁ ଲାଗିଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ପଶ୍ଚିମ ଓଡ଼ିଶାର ଶିଳ୍ପ ସହର ଝାରସୁଗୁଡ଼ା ୪୦.୮ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଏହା ସହିତ ହୀରାକୁଦରେ ତାପମାତ୍ରା ୩୯.୨ ଡିଗ୍ରୀ ଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ରେ ପାରଦ ୩୯ ଡିଗ୍ରୀ ପହଞ୍ଚିଛି। ରାଜଧାନୀ ଭୁବନେଶ୍ୱରରେ ୩୮.୬ ଡିଗ୍ରୀ ଏବଂ କଟକରେ ୩୫.୬ ଡିଗ୍ରୀ ତାପମାତ୍ରା ଅନୁଭୂତ ହୋଇଛି।
ପାଣିପାଗ ବିଭାଗ ଅନୁଯାୟୀ, ରାଜ୍ୟର ପ୍ରାୟ ୨୫ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ପାରଦ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Show More

Related Articles

Back to top button