Breaking PLUSଓଡ଼ିଶାମୁଖ୍ୟ ଖବର

ହିଟୱେଭ ନେଇ 16ରୁ 20 ଯାଏ 4 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, 14 ଏପ୍ରିଲ- ହିଟ୍ ୱେଭ୍ ନେଇ ଆଲର୍ଟ ଜାରି ।  ଆସନ୍ତା ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁରରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ  ।

ସେହିପରି ହିଟ୍ ୱେଭ୍ ନେଇ ୧୭ ତାରିଖ ୭ ଜିଲ୍ଲା, ୧୮ ତାରିଖ ୮ ଜିଲ୍ଲା, ୧୯ ତାରିଖ ପାଇଁ ୧୩ ଜିଲ୍ଲା ଏବଂ ୨୦ ତାରିଖ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି ।

Show More

Related Articles

Back to top button