Breaking PLUSଓଡ଼ିଶାମୁଖ୍ୟ ଖବର

ଗଣେଶ ପୂଜାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର-ଗଣେଶ ପୂଜାରେ ପ୍ରବଳ ବର୍ଷିବ ।  ଉତ୍ତର ଆନ୍ଧ୍ର ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗୁରୁବାର ଠାରୁ ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୯ ତାରିଖ ଯାଏଁ ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଗଣେଶ ପୂଜା ଥିବାରୁ ବର୍ଷା ହେବାର ସମ୍ଭାବନା ରହିଛି।

୫ରୁ ୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Show More

Related Articles

Back to top button