Breaking PLUSଓଡ଼ିଶାମୁଖ୍ୟ ଖବର
4ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଉତ୍ତର ଦିଗରେ ଗତି କରି ଘନୀଭୂତ ହେବା ସହ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଅବପାତ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଗାେଙ୍ଗୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ବାଂଲାଦେଶ ଉପକୂଳକୁ ଗତି କରିବ। ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଇବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା ଏବଂ ଗଜପତି ଜିଲାରେ ବର୍ଷା ହୋଇଛି। ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେତେକ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।