ଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ଆଜି ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ୧୧ ଜିଲ୍ଲାରେ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ବି ଜାରି ହୋଇଛି । କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିସ୍ତୃତ ବର୍ଷା ନାହିଁ । କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇଛି । ବାରିପଦାରେ ୪୨.୬ ମିଲିମିଟର ବର୍ଷା ହୋଇଛି । ସମ୍ବଲପୁରରେ ୪୦.୧, ନୟାଗଡ଼ରେ ୩୯.୬, ଭୁବନେଶ୍ୱରରେ ୬.୨ମିମି ବର୍ଷା ରେକର୍ଡ କରାଯାଇଛି । ଆଜି ସକାଳୁ ସନ୍ଧ୍ୟା ଭିତରେ ଭଦ୍ରକ, ବାରିପଦା ଓ କେନ୍ଦୁଝରରେ ସାମାନ୍ୟ ଧରଣର ବର୍ଷା ହୋଇଛି ।

Show More

Related Articles

Back to top button