Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୯ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ସହ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ୧୮ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।

Show More

Related Articles

Back to top button