ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ । ଏଥିପାଇଁ ଉପକୂଳ ଓଡ଼ିଶାଠାରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପର୍ୟ୍ୟନ୍ତ ସବୁଠି ଜାରି ରହିଛି ବର୍ଷା ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ,ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏନେଇ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପଶ୍ଚିମ ଓଡ଼ିଶାର ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି । ସେହିପରି ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ହେଲା ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।