Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ୧୬ ଜିଲ୍ଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ଆର୍ଲଟ ଜାରି

ଆଜି ରାଜ୍ୟର ୧୬ ଜିଲ୍ଲାକୁ ବର୍ଷା ଥିବାବେଳେ ବିଶେଷ କରି ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ପଡ଼ିବା ନେଇ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼କୁ ଭାରୀ ବର୍ଷା ରହିଛି ।

ଆଜି ରାଜ୍ୟର ୧୬ ଜିଲ୍ଲାକୁ ବର୍ଷା ଥିବାବେଳେ ବିଶେଷ କରି ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ପଡ଼ିବା ନେଇ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼କୁ ଭାରୀ ବର୍ଷା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନାଗିରି ଓ ସୁନ୍ଦରଗଡ଼କୁ ଲଗାଣ ବର୍ଷା ସମ୍ଭାବନା ରହିଛି । ସେପଟେ ଆସନ୍ତା ୨୩ରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଏବେ ଘନିଭୂତ ହେବାରେ ଲାଗିଛି ।

ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ କହିଛି, ଏହି ଲଘୁଚାପ ଆସନ୍ତା ୨୨ ତାରିଖ ସୁଦ୍ଧା ସୃଷ୍ଟି ହୋଇଯିବ । କାରଣ ମଙ୍ଗଳବାର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଏହା ଘନୀଭୂତ ହୋଇ ୨୨ରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ପଶ୍ଚିମବଙ୍ଗ, ଓଡ଼ିଶା ଓ ଝାଡଖଣ୍ଡରେ ଜୁଲାଇ ୨୨ରୁ ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ । ପରବର୍ତ୍ତୀ ଦୁଇଦିନରେ ଏହା ପଶ୍ଚିମ ଦିଗରେ ଗତି କରିବ ଓ ଛତିଶଗଡ, ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରେ ପ୍ରବଳ ବର୍ଷା କରାଇବ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ଲଘୁଚାପ ସୃଷ୍ଟି ହେବା ପରେ ଦେଶରେ ଦୁର୍ବଳ ହୋଇଯାଇଥିବା ମୌସୁମୀ ପୁଣି ସକ୍ରିୟ ହୋଇଯିବ । ଏହାର ପ୍ରଭାବରେ ଦିଲ୍ଲୀ, ଉତ୍ତରପ୍ରଦେଶ, ହରିୟାଣା ଆଦି ରାଜ୍ୟରେ ବର୍ଷା ହେବ ବୋଲି ସ୍କାଏମେଟ୍ କହିଛି ।

Show More

Related Articles

Back to top button