ଓଡ଼ିଶାପାଣିପାଗ

୪ ଦିନ ପ୍ରବଳ ବର୍ଷା,୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଜାରି ରହିଛି ମୌସୁମି ଏବଂ ଲଘୁଚାପଜନିତ ବର୍ଷା । ୪ ରୁ୫ ଦିନ ପର୍ଯ୍ୟନ୍ତ ଏହି ବର୍ଷା ଜାରି ରହିବ।ଏନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ,  ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛନ୍ତି କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ । ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

Show More

Related Articles

Back to top button