ପାର୍ବଣରେ ଭିଜିବ ଓଡିଶା । ଅକ୍ଟୋବର ପହିଲାରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ପ୍ରଭାବରେ ସମ୍ପୂର୍ଣ୍ଣ ଉପକୂଳ ଓଡିଶାରେ ୨ତାରିଖରୁ ୩ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବୃଦ୍ଧି ପାଇବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ , ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ହାଲୁକା ବର୍ଷା ହୋଇପାରେ। ମାତ୍ର ଘୂର୍ଣ୍ଣିବଳୟ ପ୍ରଭାବରେ ଅକ୍ଟୋବର ପହିଲାରୁ ପାଗରେ ପରିବର୍ତ୍ତନ ଆସିବ । ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ ।
ପ୍ରଥମେ କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨ ତାରିଖଠାରୁ ଉପକୂଳ ଜିଲ୍ଲାଗୁଡ଼ିକ ସମେତ ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପରବର୍ତୀ ସମୟରେ ବର୍ଷା ପରିମାଣ ବଢ଼ିବାରେ ।