Breaking PLUSଓଡ଼ିଶାଦେଶମୁଖ୍ୟ ଖବରସ୍ୱାସ୍ଥ୍ୟ
କୋଭିଡରେ ମୃତ୍ୟୁ ହେଲେ ମିଳିବ ସହାୟତା
କୋଭିଡରେ କାହାର ଦେହାନ୍ତ ହେଲେ ସଂପୃକ୍ତ ପରିବାରକୁ ରାଜ୍ୟ ସରକାର ସହାୟତା କରିବେ । ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ରାଜ୍ୟ ସରକାର ପାଳନ କରିବେ ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି । ସେ କହିଛନ୍ତି, ସଂକ୍ରମିତ ହେବାର ମାସେ ମଧ୍ୟରେ ମୃତ୍ୟୁ ବରଣ କରିଥିବା କୋଭିଡ ରୋଗୀଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ଏସଓପି ଜାରି କରିବେ ।
ନିୟମ ଅନୁସାରେ କୋଭିଡ ମୃତ୍ୟୁର ପୁନଃ ଅଡିଟ କରିବା ପାଇଁ ଜିଲ୍ଲାସ୍ତରରେ କମିଟି ଗଠନ ପାଇଁ ନିର୍ଦ୍ଦେଶ ରହିଛି। ତାହାକୁ ଆମେ ଅନୁପାଳନ କରିବୁ। ଏଣୁ ଏହି ପ୍ରକ୍ରିୟା ଭିତରେ ଯେଉଁମାନେ ରହିଛନ୍ତି, ସେମାନେ ଆବେଦନ କରି ପାରିବେ।