ଓଡ଼ିଶାପାଣିପାଗମୁଖ୍ୟ ଖବର

ଶେଷ ହେଲା ସମ୍ଭାବ୍ୟ ବାତ୍ୟାକୁ ନେଇ ଉଚ୍ଚସ୍ତରୀୟ ବୈଠକ: ଉପକୂଳବର୍ତ୍ତୀ ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା

ଭୁବନେଶ୍ୱର: ଶେଷ ହୋଇଛି ସମ୍ଭାବ୍ୟ ବାତ୍ୟାକୁ ନେଇ ଉଚ୍ଚସ୍ତରୀୟ ବୈଠକ । ଏସଆରସିଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକ ଶେଷ ହୋଇଛି। ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ପ୍ରଭାବ ଅନୁଭବ ହୋଇ ନାହିଁ । ବାତ୍ୟା ଆସିଲେ ଉଦ୍ଧାର କାର୍ଯ୍ୟକୁ କିପରି ତ୍ୱରାନ୍ୱିତ କରାଯିବ, ଗ୍ରାଉଣ୍ଡ ଜିରୋରେ କିଭଳି ଲୋକଙ୍କୁ ସତର୍କ କରାଯିବ, ସେନେଇ ଆଲୋଚନା ହୋଇଛି। ତେବେ ଉଦ୍ଧାର କର୍ଯ୍ୟ ପାଇଁ ଓଡ୍ରାଫ୍, ଏନ୍‌ଡିଆରଏଫ୍‌ ସହ ସ୍ଥାନୀୟ ପୁଲିସକୁ ମଧ୍ୟ ସଜାଗ କରାଯାଇଛି। ଜିରୋ କାଜୁଆଲିଟିକୁ ସବୁବେଳେ ଗୁରୁତ୍ୱ ଦେଉଥିବା ରାଜ୍ୟ ସରକାର ଏବେଠୁ ସଜାଗ ହୋଇଛନ୍ତି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବ।

Show More

Related Articles

Back to top button