Breaking PLUSଓଡ଼ିଶାମୁଖ୍ୟ ଖବର
ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ ପରିବର୍ତ୍ତନ ନେଇ କୌଣସି ପ୍ରସ୍ତାବ ନାହିଁ- ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର- ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ ପରିବର୍ତ୍ତନ ନେଇ କୌଣସି ପ୍ରସ୍ତାବ ନାହିଁ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁର୍ଯ୍ୟବଂଶୀ ସୂରଜ ଶୁକ୍ରବାର ବିଧାନସଭାରେ ସୂଚନା ପ୍ରଦାନ କରିଛନ୍ତି। ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କର ଏକ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖି ବିଭାଗୀୟ ମନ୍ତ୍ରୀ ଏହାର ସ୍ପଷ୍ଟ କରିଛନ୍ତି। ରେଭେନ୍ସାର ନାମ ପରିବର୍ତ୍ତନକୁ ନେଇ ବିଭିନ୍ନ ସ୍ତରରେ ପ୍ରତିବାଦ ଆନ୍ଦୋଳନ ସହ ବିତର୍କ ସଭା ହୋଇଥିଲା । ରେଭେନ୍ସା ନାମ ପରିବର୍ତ୍ତନ ନେଇ କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଏବେ ଉତ୍ତର ରଖିଛନ୍ତି ।