ରାଜ୍ୟରେ ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର- ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ତରରେ ବଡ଼ ଧରଣର ଅଦଳବଦଳ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ସେ ପୂର୍ବ ଭଳି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଦାୟିତ୍ବରେ ରହିବେ। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଦେଓରଂଜନ କୁମାର ସିଂହଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିଯୁକ୍ତି ମିଳିଛି। ଏହାସହ ତାଙ୍କୁ ସ୍ବତନ୍ତ୍ର ରିଲିଫ କମିସନର, ଓସ୍ଡମାର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁରେନ୍ଦ୍ର କୁମାରଙ୍କୁ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ତାଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ବିଭାଗ ଏବଂ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଏମ୍ସି ଅଧ୍ୟକ୍ଷ, ଓଡ଼ିଶା ମିନେରାଲ ଏକ୍ସପ୍ଲୋରେସନ୍ କର୍ପୋରେସନ୍ ଲିମିଟେଡର ଅଧ୍ୟକ୍ଷ ଓ ଇଡ୍କୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି।