ରାଜ୍ୟରେ ବୃଦ୍ଧି ପାଇବାରେ ଲାଗୁଛି କରୋନା ସଂକ୍ରମଣ । ଗତକାଲି ରାଜ୍ୟରେ ୮୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୯୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୯୪୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୧୧୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୫୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୯୨ ଜଣ ଅଛନ୍ତି। ଖୋର୍ଦ୍ଧା, କଟକ, ବୌଦ୍ଧ, ସମ୍ବଲପୁର ଓ ସୁନ୍ଦରଗଡ଼ ରେଡ୍ ଜୋନ୍ରେ ରହିଛି ।
ଖୋର୍ଦ୍ଧାରୁ ୨୧୮, ସୁନ୍ଦରଗଡ଼ରୁ ୧୪୧, ବୌଦ୍ଧରୁ ୧୧, କଟକରୁ ୭୮, ସମ୍ବଲପୁରରୁ ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶଇ ରାଜ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫,୩୭୨ରେ ପହଞ୍ଚିଛି
ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି, ଜିଲ୍ଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ ଓ ଭ୍ୟାକ୍ସିନେସନ୍ ବଢ଼ାଇବା ଉପରେ ଧ୍ୟାନ ଦିଆଯାଉଛି । ଆବଶ୍ୟକସ୍ଥଳେ ହସ୍ପିଟାଲରେ ବେଡ୍ ପ୍ରସ୍ତୁତ ରଖିବାକୁ କୁହାଯାଇଛି । ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତି ତଦାରଖ କରୁଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ।