Breaking PLUSଜୀବନଚର୍ଯ୍ୟାଦୁର୍ଘଟଣାଦେଶ ବିଦେଶମୁଖ୍ୟ ଖବରସ୍ୱାସ୍ଥ୍ୟ

ବିହାରରେ ବିଷାକ୍ତ ମଦ ନେଲା ୧୭ ଜଣଙ୍କ ଜୀବନ

ବିହାରରେ ପୁଣି ସାମ୍ନାକୁ ଆସିଲା ବିଷାକ୍ତ ମଦ ମୃତ୍ୟୁ ମାମଲା ।ବିଷାକ୍ତ ମଦ ପିଇ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ସେମାନଙ୍କ ମଧ୍ୟରୁ ଔରାଙ୍ଗବାଦରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମଧେପୁରାରେ ଦୁଇ ଜଣ, ଗୟାରେ ଚାରି ଜଣଙ୍କର ମୃତ୍ୟୁ ଘଟିଛି । ଗତ ୪ ଦିନ ମଧ୍ୟରେ ସମସ୍ତଙ୍କର ମୃତ୍ୟୁ ହୋଇଛି ବୋଲି ଜଣାପଡିଛି । ମୃତକଙ୍କ ପରିବାର ଲୋକେ ବିଷାକ୍ତ ମଦ ଯୋଗୁଁ ମୃତ୍ୟୁ ହୋଇଥିବା କହୁଥିବା ବେଳେ ପୋଲିସ ଏହାର ତଦନ୍ତ ଜାରି ରଖିଛି । ଗତ ମଙ୍ଗଳବାର ଔରାଙ୍ଗବାଦରେ ତିନି ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଜଣେ ସବ୍-ଇନ୍ସପେକ୍ଟରଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ୭୦ ଜଣଙ୍କୁ ଗିରଫ କରାଯାଇଥିଲା । ଏହା ପରେ ଏହି ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି । ତେବେ ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ପଡୋଶୀ ରାଜ୍ୟ ଝାଡଖଣ୍ଡରୁ ଏହି ବିଷାକ୍ତ ମଦ ଅଣାଯାଇଥିଲା । ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି ମନ୍ତ୍ରୀ ସୁନିଲ କୁମାର ।

Show More

Related Articles

Back to top button