Breaking PLUSଦେଶ ବିଦେଶମୁଖ୍ୟ ଖବର
ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭୨୪୦ କରୋନା ପଜିଟିଭ୍
୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୭ ହଜାର ତଳକୁ ଖସିବା ପରେ ପୁଣି ବଢିଛି
ଦେଶରେ ପୁଣି ବଢିଛି ସଂକ୍ରମଣ। କିଛିଦିନର ବ୍ରେକ୍ ପରେ ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୭ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୨୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୨୪୯୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୪୦ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୭୨୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।



