ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୫୧ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୫୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୫୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୮୫ ହଜାର ୮୧୪ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୮ ହଜାର ୪୩୭ରେ ପହଞ୍ଚିଛି । ଏବେ ଦେଶରେ ୧୫୮୮୧୭ ସକ୍ରିୟ ମାମଲା ରହିଛି । ସେହିପରି ୩୩୬୬୮୫୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।