Breaking PLUSଓଡ଼ିଶାମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨ ଲକ୍ଷ ୮୫ ହଜାରରୁ ଅଧିକ କରୋନା ପଜିଟିଭ୍

୬୬୫ ମୃତ

ଏବେ ଦେଶରେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୨ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୮୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୫୯୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୬୫ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୭୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୨୨୩୦୧୮ ସକ୍ରିୟ ମାମଲା ରହିଛି ଏବଂ ୩୭୩୭୦୯୭୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୯୧୧୨୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button