ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫,୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି ।
୨୪ ଘଣ୍ଟା ମଧ୍ୟରେ ୩୫୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୭୪ ହଜାର ୭୭୩ରେ ପହଞ୍ଚିଛି । ସେହିପରି ମୋଟ ଆକ୍ଟିଭ କେସ ରହିଛି ୩ ଲକ୍ଷ ୧୯ ହଜାର ୫୫୧ ।