ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୪୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୭୮୨୯୧ ସକ୍ରିୟ ମାମଲା ରହିଛି ଏବଂ ୩୪୨୦୮୯୨୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୭୮୭୫୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।