
ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୧୬୬ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜଣ,
ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ୧୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୮୭୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୯୩୬୨୯୪ସାମ୍ପୁଲ ଟେଷ୍ଟ୍ ହୋଇଛି ।