
ଗତ ୨୪ ଘଣ୍ଟା ମଧ୍ୟରେ ୧୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୯୨୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ,
ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ୧୯ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୧୫୩୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୫୨୧୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।