
ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୭୭୧ ଜଣ ଲୋକାଲ୍ କେସ୍ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୯ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୪୩ଜଣ, ଦେବଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୧ଜଣ, ଯାଜପୁର ଜିଲ୍ଲାରୁ ୧୧୦ଜଣ,
ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୧୯, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୧୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍ରୁ ୯୪ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୭୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୪୩୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୮୧୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।