Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୬୯୭ କୋଭିଡ୍ ପଜିଟିଭ୍
୧୨୬୨୧୦୨ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୨୬୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୨୧୦୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୬୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୨୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୩୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୨୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୪୯୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୨୨୮୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୮୭୨୯୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।



