ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୧୩୪୨୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।